ଜ଼ିଲ୍ଲା ଭୁବନେଶ୍ୱର ରାଜ୍ୟର ପ୍ରମୁଖ ସହର

ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ରାଜ୍ୟ ଅଭିଯୋଗ ପ୍ରକୋଷ୍ଠରେ ସାଧାରଣ ଲୋକଙ୍କ ଅଭିଯୋଗ ଶୁଣୁଛନ୍ତି

ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ, ଓଡ଼ିଶା

ପୁଣି ଆରମ୍ଭ ହେଲା ଅଭିଯୋଗ ଶୁଣାଣି

ଲୋକଙ୍କ ମୁଖ୍ୟମନ୍ତ୍ରୀ ଶୁଣିଲେ ଅଭିଯୋଗ,
ସମାଧାନର ପ୍ରତିଶ୍ରୁତି ଦେଲେ

ଦିବ୍ୟାଙ୍ଗମାନଙ୍କ ସମସ୍ୟା ସମାଧାନ ଉପରେ ସର୍ବାଧିକ ଗୁରୁତ୍ୱ

ଲୋକଙ୍କ ମୌଳିକ ସମସ୍ୟା ଗୁଡିକୁ ଗୁରୁତ୍ୱ ଦେଇ
ତୃଣମୂଳ ସ୍ତରରେ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ଵର
16 December 2024

ଲୋକଙ୍କ ମୁଖ୍ୟମନ୍ତ୍ରୀଙ୍କ ଲୋକଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଆଜି ଥିଲା ଷଷ୍ଠ ପାଳି। ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ ଦାୟିତ୍ୱ ନେବା ପରଠାରୁ ସବୁ ସମୟରେ ସାଧାରଣ ଲୋକଙ୍କୁ ଭେଟିବା, ସେମାନଙ୍କ ସୁଖଦୁଃଖ ଶୁଣିବା ସହିତ ସେମାନଙ୍କ ସମସ୍ୟାର ସମାଧାନ ଉପରେ ଗୁରୁତ୍ୱ ଦେଇ ଆସିଛନ୍ତି।

ଅଭିଯୋଗ ଗୁଡିକ ମଧ୍ୟରେ ଅଧିକାଂଶ ଅଭିଯୋଗ ଘର, ଭତ୍ତା ଓ ଅନ୍ୟାନ୍ୟ ମୌଳିକ ସମସ୍ୟା ରହୁଥିବାରୁ ମୁଖ୍ୟମନ୍ତ୍ରୀ ଏଗୁଡିକୁ ତୁରନ୍ତ ସମାଧାନ କରିବା ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେବା ସହିତ ପ୍ରଶାସନ ପକ୍ଷରୁ ଏହି ସବୁ ସମସ୍ୟାଗୁଡିକୁ ତୃଣମୂଳ ସ୍ତରରେ ସମାଧାନ କରିବା ଉପରେ ଗୁରୁତ୍ୱ ଆରୋପ କରିଥିଲେ।

ଦିବ୍ୟାଙ୍ଗ ମାନଙ୍କ ସମସ୍ୟା ଉପରେ ମୁଖ୍ୟମନ୍ତ୍ରୀ ସବୁବେଳେ ପ୍ରାଥମିକତା ଦେଇଥାନ୍ତି। ସେମାନଙ୍କ ଅଭଯୋଗକୁ ସେ ପ୍ରଥମେ ଶୁଣାଣି କରିଥାନ୍ତି। ଆଜି ମୁଖ୍ୟମନ୍ତ୍ରୀ ପ୍ରଥମେ ୩୦ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କ ଅଭିଯୋଗ ଶୁଣିଲେ । ପ୍ରତ୍ୟେକ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଖକୁ ମୁଖ୍ୟମନ୍ତ୍ରୀ ନିଜେ ଯାଇ ସେମାନଙ୍କ ସମସ୍ୟା ଶୁଣିଥିଲେ ଏବଂ ସମାଧାନ ପାଇଁ ମଧ୍ୟ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ସହୃଦୟତାପୂର୍ଣ୍ଣ ବ୍ୟବହାରରେ ଭିନ୍ନକ୍ଷମ ଅଭିଯୋଗକାରୀମାନେ ଆଶା ଓ ଭରସା ସହିତ ଆନନ୍ଦ ମନରେ ଫେରିଥିଲେ।
କେନ୍ଦୁଝରରୁ ସ୍ୱାସ୍ଥ୍ୟ ସମସ୍ୟା ନେଇ ଆସିଥିବା ପ୍ରେମଲତା ନନ୍ଦ, ସୋରରୁ ସୋସାଇଟି ଋଣ ସମସ୍ୟା ନେଇ ଆସିଥିବା ପୁରୁଷୋତ୍ତମ ମହାନ୍ତି, ଧର୍ମଶାଳାରୁ ଜମିଜମା ସମସ୍ୟା ନେଇ ଆସିଥିବା ରଘୁନାଥ ମିଶ୍ର ପ୍ରମୁଖ ସମସ୍ତେ ସମାଧାନର ଆଶା ନେଇ ଖୁସି ମନରେ ଫେରିଥିଲେ।

ଆଜି ପ୍ରାୟ ୧୦୦୦ ଜଣ ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜିକରଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଶ୍ରୀ ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ଶ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ଶ୍ରୀ ପ୍ରଦୀପ ବଳସାମନ୍ତ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଶ୍ରୀ ଗଣେଶରାମ ଖୁଣ୍ଟିଆ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ଶ୍ରୀ ରବିନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣିଥିଲେ। ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ସତ୍ୟବ୍ରତ ସାହୁ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଶ୍ରୀ ଦେଓରଞ୍ଜନ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।

LSadmin

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL