ଓଡ଼ିଶା

ପୀତବାସ ପଣ୍ଡା ହତ୍ୟା ମାମଲା: ଆତ୍ମସମର୍ପଣ କଲେ ମୁଖ୍ୟ ଅଭିଯୁକ୍ତ ଉମା ଓ କୁରୁପତି

ବ୍ରହ୍ମପୁର: ଆଇନଜୀବୀ ତଥା ବିଜେପି ନେତା ପୀତବାସ ପଣ୍ଡା ହତ୍ୟା ମାମଲାରେ ଆତ୍ମସମର୍ପଣ କଲେ ୨ ଫେରାର୍ ଅଭିଯୁକ୍ତ। ଅନ୍ୟତମ ମୁଖ୍ୟ ଅଭିଯୁକ୍ତ ଉମା ବିଷୋୟୀ ଓ ସାର୍ପ ସୁଟର କୁରୂପତି ଭୂୟାଁ ଆଜି ପୋଲିସ ନିକଟରେ ଆତ୍ମସମର୍ପଣ କରିଛନ୍ତି। ଉଭୟଙ୍କୁ ପଚରାଉଚରା କରାଯାଉଛି। ଅନେକ ତଥ୍ୟ ପଦାକୁ ଆସିବ ବୋଲି କୁହାଯାଉଛି।

ସୂଚନାନୁଯାୟୀ, ଗତ ୬ ତାରିଖରେ ପୀତବାସ ପଣ୍ଡାଙ୍କୁ ଗୁଳି କରି ହତ୍ୟା ହୋଇଥିଲା। ଘଟଣା ପରଠୁ ପୋଲିସ ୧୪ଜଣଙ୍କୁ ଗିରଫ କରିସାରିଥିବା ବେଳେ ଏହି ଦୁଇ ଜଣ ଫେରାର ଥିଲେ। ଗତ ୨୨ତାରିଖରେ ପୋଲିସ ବିଜେଡି ଜିଲ୍ଲା ସଭାପତି ବିକ୍ରମ କୁମାର ପଣ୍ଡାଙ୍କ ସହ ୧୨ଜଣଙ୍କୁ କୋର୍ଟ ଚାଲାଣ କରିଥିଲା।

ପରବର୍ତ୍ତୀ ସମୟରେ ଜୟପୁରର ସୁନୀଲ ହୋତା ଓ ବିଜେଡି ନେତା ଶୂନ୍ୟ ଦାସଙ୍କୁ ଗିରଫ କରିଥିଲା। ଉଭୟଙ୍କୁ ପୋଲିସ ଜେରା କରୁଛି। ଉମା ଓ କୁରୁପତି ଧରାପଡ଼ିବା ପରେ ଅନେକ ତଥ୍ୟ ପଦାକୁ ଆସିବ ବୋଲି କୁହାଯାଉଛି। ଉମା ଓ କୁରୁପତିଙ୍କ ଘର ଗୋଟିଏ ଗ୍ରାମରେ ହୋଇଥିବା ବେଳେ ଉଭୟଙ୍କ ନାମରେ ଏକାଧିକ ଅପରାଧିକ ମାମଲା ରହିଛି।

aduser

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL