ଓଡ଼ିଶା

ସୁନାବେଡ଼ାର ୮ଟି ଅତି ସମ୍ବେଦନଶୀଳ ବୁଥରେ ୭୫% ମତଦାନ

ନୂଆପଡ଼ା: ସରିଲା ନୂଆପଡ଼ା ଉପନିର୍ବାଚନ| ସୁନାବେଡ଼ା ଅଞ୍ଚଳରେ ଥିବା ସମ୍ବେଦନଶୀଳ ବୁଥଗୁଡ଼ିକରେ ମତଦାନ ଆଗୁଆ ଶେଷ ହୋଇଛି। ଏଠାରେ ୭୫% ପ୍ରତିଶତ ମତଦାନ ହୋଇଥିବା ସୂଚନା ମିଳିଛି। ସୁନାବେଡ଼ାର ୮ଟି ବୁଥ ଅତି ସମ୍ବେଦନଶୀଳ ବୁଥ ଭାବେ ଚିହ୍ନଟ ହୋଇଥିଲା। ତେଣୁ ସେଠାରେ ଅପରାହ୍ନ ୪ଟା ସୁଦ୍ଧା ମତଦାନ ସାରିବାକୁ ନିଷ୍ପତ୍ତି ହୋଇଥିଲା। ତଦନୁଯାୟୀ ୪ଟା ସୁଦ୍ଧା ଭୋଟଗ୍ରହଣ ଶେଷ ହୋଇଥିଲା। ଏହା ପରେ ପୋଲିଂ ପାର୍ଟ ସେଠାରୁ ଅପରାହ୍ନ ସା​‌ଢ଼େ ୪ଟା ସୁଦ୍ଧା ହେଲିକପ୍ଟର ଜରିଆରେ ଫେରିଆସିଛନ୍ତି। ୭୫% ମତଦାନ ହୋଇଥିବାରୁ ସୁନାବେଡ଼ାବାସୀ ଭୋଟଦାନ ନେଇ ବେଶ୍‌ ସଚେତନ ଥିବା ଆଲୋଚନା ହେଉଛି।

aduser

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL