ଓଡ଼ିଶା

ଶିମିଳିପାଳରେ ଆଜିଠୁ ଆରମ୍ଭ ହେଲା ପ୍ରଥମ ପର୍ଯ୍ୟାୟ ବାଘ ଗଣନା

ମୟୂରଭଞ୍ଜ: ଆରମ୍ଭ ହେଲା ଶିମିଳିପାଳରେ ବାଘ ଗଣନା । ଆଜି ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣରେ ଅଖିଳ ଭାରତୀୟ ବ୍ୟାଘ୍ର ଆକଳନ-୨୦୨୬ ଆରମ୍ଭ ହୋଇଛି । ଜାତୀୟ ବ୍ୟାଘ୍ର ସଂରକ୍ଷଣ ଅଥୋରିଟିର ଗାଇଡ ଲାଇନକୁ ଆଧାର କରି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷଙ୍କ ପକ୍ଷରୁ ବ୍ୟାଘ୍ର ଆକଳନ ପ୍ରକିୟା ଆରମ୍ଭ କରାଯାଇଛି । ଏହି କାର୍ଯ୍ୟକ୍ରମ ଦୁଇଟି ପର୍ଯ୍ୟାୟରେ ହେବ । ପ୍ରଥମ ପର୍ଯ୍ୟାୟରେ ବ୍ୟାଘ୍ର ଚଳପ୍ରଚଳ କରୁଥିବା ଅଭୟାରଣ୍ୟର ବିଭିନ୍ନ ଅଞ୍ଚଳରେ ଭିନ୍ନ ଭିନ୍ନ ପ୍ରକାରର ଚିହ୍ନ ଅନୁଧ୍ୟାନ କରିବା ପରେ ଟ୍ରାନଜିଟ ଲାଇନ ପକାଇବାକୁ ବ୍ୟବସ୍ଥା କରାଯାଇଛି ।
ପ୍ରଥମ ପର୍ଯ୍ୟାୟ ହେଉଛି ପର୍ଯ୍ୟାୟ-୧ ଏବଂ ଅନ୍ୟ ପର୍ଯ୍ୟାୟ-୩ ବ୍ୟାଘ୍ର ସଂରକ୍ଷଣ ସ୍ତରରେ । ପ୍ରତିଦିନ ସକାଳ ୯ରୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବାଘ ଗଣନା ହେବ । ଏଥିରେ ତାଲିମପ୍ରାପ୍ତ ଅଧିକାରୀଙ୍କ ସହିତ ବିଭିନ୍ନ ରେଞ୍ଜର କର୍ମଚାରୀ ସାମିଲ ହୋଇଛନ୍ତି ।
ଦକ୍ଷିଣ ଶିମିଳିପାଳର ବ୍ୟାଘ୍ର ଚଳପ୍ରଚଳ କରୁଥିବା ୧୦୩ଟି ବିଟ ଅଞ୍ଚଳରେ ୧୦୩ଟି ଗ୍ରୁପରେ ବନବିଭାଗର ତାଲିମପ୍ରାପ୍ତ କର୍ମଚାରୀମାନଙ୍କୁ ନିୟୋଜିତ କରାଯାଇଛି । ଏହା ପରେ ଦିତୀୟ ପର୍ଯ୍ୟାୟ ପ୍ରକିୟା ଡିସେମ୍ବର ମାସ ପ୍ରଥମରୁ ଆରମ୍ଭ କରାଯିବ। ସେଥିପାଇଁ ଶିମିଳିପାଳ ଅଭୟାରଣ୍ୟ ଭିତରେ ବିଭିନ୍ନ ଅଞ୍ଚଳରେ ୧୫୦୦ କ୍ୟାମେରା ଲଗାଯାଇ ବାଘ ମାନଙ୍କର ଗତିବିଧିକୁ ରେକର୍ଡ କରାଯିବାର ବ୍ୟବସ୍ଥା କରାଯାଇଥିବା ନେଇ ସୂଚନା ଦେଇଛନ୍ତି ଶିମିଳିପାଳ ଅଭୟାରଣ୍ୟ କର୍ତ୍ତୃପକ୍ଷ ।

aduser

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL