ଓଡ଼ିଶା

ଶ୍ରୀମନ୍ଦିରକୁ ନେଇ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ଶୁଭଙ୍କର ମିଶ୍ର

ଭୁବନେଶ୍ବର : ଶ୍ରୀମନ୍ଦିର ସମ୍ପର୍କରେ ବିବାଦୀୟ ମନ୍ତବ୍ୟ ଦେଇ ଅଡୁଆରେ ପଡ଼ିଛନ୍ତି ଲୋକପ୍ରିୟ ସୋସିଆଲ ମିଡିଆ ଇନଫ୍ଲୁଏନ୍ସର ଶୁଭଙ୍କର ମିଶ୍ର। ପ୍ରେମୀ ଯୁଗଳ ବିବାହ ପୂର୍ବରୁ ଶ୍ରୀମନ୍ଦିରକୁ ଗଲେ ସେମାନଙ୍କ ସମ୍ପର୍କ ଭାଙ୍ଗିଯାଏ ବୋଲି ଶୁଭଙ୍କର ଏକ ପଡକାଷ୍ଟରେ କହିବା ପରେ ଏହାକୁ ନେଇ ବିବାଦ ଆରମ୍ଭ ହୋଇଛି। ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ଏହାକୁ ନେଇ ଅସନ୍ତୋଷ ପ୍ରକାଶ ପାଇଛି।

ଏକ ପଡକାଷ୍ଟରେ ଶୁଭଙ୍କର କହିଥିଲେ, କୌଣସି ପ୍ରେମୀ ଯୁଗଳ ଭୁଲରେ ବି ଶ୍ରୀମନ୍ଦିରକୁ ଯିବା ଉଚିତ ନୁହେଁ। ସମ୍ପର୍କକୁ ସୁରକ୍ଷିତ ରଖିବାକୁ ଚାହୁଁଥିଲେ ମନ୍ଦିର ଭିତରକୁ ଯିବ ନାହିଁ। କାରଣ ଶ୍ରୀମନ୍ଦିର ଉପରେ ମା’ ରାଧାରାଣୀଙ୍କ ଅଭିଶାପ ପଡ଼ିଛି। ଦିନେ ପ୍ରଭୁ ଶ୍ରୀକୃଷ୍ଣଙ୍କ ଜଗନ୍ନାଥ ରୂପ ଦର୍ଶନ ପାଇଁ ମା’ ରାଧାରାଣୀ ଶ୍ରୀମନ୍ଦିରରେ ପହଞ୍ଚିଥିଲେ। ସେ ମନ୍ଦିର ଭିତରକୁ ଯିବା ସମୟରେ ସେବାୟତମାନେ ତାଙ୍କୁ ଅଟକାଇଥିଲେ। ଯାହାକୁ ନେଇ ମା’ ରାଧାରାଣୀ ରାଗିଯାଇ ଅଭିଶାପ ଦେଇଥିଲେ। କୌଣସି ଅବିବାହିତ ଯୋଡ଼ି ମନ୍ଦିର ଭିତରକୁ ଆସିଲେ ସେମାନଙ୍କ ସମ୍ପର୍କ ଭାଙ୍ଗିଯିବା ସହ ବିବାହ ହୋଇପାରିବ ନାହିଁ ବୋଲି ମା’ ଅଭିଶାପ ଦେଇ ସେଠାରୁ ଚାଲିଯାଇଥିଲେ। ଶୁଭଙ୍କରଙ୍କ ଏହି ଭିଡିଓ ସାମାଜିକ ଗଣମାଧ୍ୟମରେ ପ୍ରଘଟ ହେବା ପରେ ରାଜ୍ୟରେ ଅସନ୍ତୋଷ ଦେଖିବାକୁ ମିଳିଛି। ବିଶେଷକରି ପୁରୀରେ ଅସନ୍ତୋଷ ଦେଖାଦେଇଛି। ଶୁଭଙ୍କର କିପରି ଏଭଳି ବିଭ୍ରାନ୍ତିକର ଟିପ୍ପଣୀ ଦେଇପାରିଲେ ତାହାକୁ ନେଇ ପୁରୀବାସୀ ପ୍ରଶ୍ନ ଉଠାଇଛନ୍ତି।

aduser

About Author

LOKA SAMACHAR @2026. All Rights Reserved || Developed By CBSPL