ଓଡ଼ିଶା

ପ୍ରେମିକାଙ୍କୁ ପିଟି ପିଟି ମାରିଦେଲା ପ୍ରେମିକ

ନୟାଗଡ଼: ନୟାଗଡ଼ ଜିଲା ଶରଣକୁଳ ଥାନା ସାବିଦେଇପୁର ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କୁ ଫୁଙ୍କନଳୀରେ ପିଟି ପିଟି ହତ୍ୟା କରିଛି। ପରେ ପ୍ରେମିକ ଜଣକ ମଧ୍ୟ ବିଷ ପିଇ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତାଙ୍କୁ ତୁରନ୍ତ ଉଦ୍ଧାର କରାଯାଇ ଗୁରୁତର ଅବସ୍ଥାରେ ନୟାଗଡ଼ ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି।

ସୂଚନା ମୁତାବକ, ସୋମବାର ପ୍ରେମିକା ଜଣକ ଟ୍ୟୁସନ୍ ସାରି ଘରକୁ ଫେରୁଥିଲେ। ସେତିକିବେଳେ ପ୍ରେମିକଙ୍କ ସହ ଦେଖା ହୋଇଥିଲା। ପରବର୍ତ୍ତୀ ସମୟରେ ସେମାନଙ୍କ ମଧ୍ୟରେ କୌଣସି କଥାକୁ ନେଇ ବଚସା ହୋଇଥିଲା। ଏଥିରେ ଉତ୍‌କ୍ଷିପ୍ତ ହୋଇ ପ୍ରେମିକ ଜଣକ ଲୁହାର ଏକ ଫୁଙ୍କନଳୀରେ ପ୍ରେମିକାଙ୍କୁ ଆକ୍ରମଣ କରିଥିଲେ। ଫଳରେ ସେ ଚେତାଶୂନ୍ୟ ହୋଇ ତଳେ ପଡିଯାଇଥିଲେ। ଘଟଣାସ୍ଥଳରେ ପ୍ରେମିକାଙ୍କର ମୃତ୍ୟୁ ଘଟିଛି। ମୃତକଙ୍କ ପରିଚୟ ମିଳିପାରିନଥିବାବେଳେ ସେ ଦଶମ ଶ୍ରେଣୀରେ ପଢୁଥିବା ଜଣାପଡିଛି।

ପ୍ରେମିକାଙ୍କ ମୃତ୍ୟୁ ହୋଇଥିବା ଭାବି ପ୍ରେମିକ ଧରିଥିବା ବିଷ ପିଇଦେଇଥିଲେ। ପରବର୍ତ୍ତୀ ସମୟରେ ଉଭୟଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତିି କରାଯାଇଥିଲା। ସେଠାରେ ଡାକ୍ତର ପ୍ରମିକାଙ୍କୁ ମୃତ ଘୋଷଣା କରିଥିବା ବେଳେ ପ୍ରେମିକ ହସ୍ପିଟାଲରେ ଗୁରୁତର ଅବସ୍ଥାରେ ଚିକିତ୍ସିତ ହେଉଛନ୍ତି। ପୁଲିସ୍‌ ଏହି ଘଟଣାରେ ଅଧିକ ତଦନ୍ତ ଜାରି ରଖିଛି।

aduser

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL