ଓଡ଼ିଶା

ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ପୁନବିର୍ଚାର ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସ୍ତାବ

ଭୁବନେଶ୍ଵର: ରାଜ୍ୟ ବିଜେପି କାର୍ଯ୍ୟାଳୟରେ ବିଜେପି ବିଧାୟକ ଦଳ ବୈଠକରେ ବଡ ନିଷ୍ପତ୍ତି ହୋଇଛି। ବିଧାୟକଙ୍କ ଦରମା ବୃଦ୍ଧି ପ୍ରସଙ୍ଗରେ ମୁଖ୍ୟମନ୍ତ୍ରୀଙ୍କୁ ପୁନବିର୍ଚାର ପାଇଁ ପ୍ରସ୍ତାବ ଦିଆଯାଇଛି। ସମସ୍ତ ବିଜେପି ବିଧାୟକ ମୁଖ୍ୟମନ୍ତ୍ରୀଙ୍କୁ ଲିଖିତ ଭାବେ ପ୍ରସ୍ତାବ ଦେଇଛନ୍ତି। ଲୋକମତକୁ ସମ୍ମାନ ଜଣାଇ ପୁନର୍ବିଚାର ପାଇଁ ପ୍ରସ୍ତାବ ଦେଇଛନ୍ତି। ଏହି ଗୁରୁତ୍ୱପୂର୍ଣ୍ଣ ବୈଠକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଭାପତି ମନମୋହନ ସାମଲ, ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡା, ମନ୍ତ୍ରୀ ପରିଷଦର ଅନ୍ୟ ସଦସ୍ୟ ଓ ବିଧାୟକମାନେ ଉପସ୍ଥିତ ଥିଲେ । ବୈଠକରେ ସାଙ୍ଗଠନିକ ସ୍ଥିତି ଏବଂ ରଣନୀତି ନେଇ ଆଲୋଚନା ହୋଇଛି।

aduser

About Author

LOKA SAMACHAR @2026. All Rights Reserved || Developed By CBSPL