ଓଡ଼ିଶା

ବୁଧବାର ଶ୍ରୀଜିଉଙ୍କ ଶ୍ରୀମୁଖ ଶୃଙ୍ଗାର ନୀତି: ସନ୍ଧ୍ୟା ୬ରୁ ରାତି ୧୦ ଯାଏଁ ସର୍ବସାଧାରଣ ଦର୍ଶନ ବନ୍ଦ

ପୁରୀ: ଆସନ୍ତାକାଲି ୩ ରୁ ୪ ଘଣ୍ଟା ପର୍ଯ୍ୟନ୍ତ ଶ୍ରୀମନ୍ଦିରରେ ଶ୍ରୀଜିଉଙ୍କ ସାଧାରଣ ଦର୍ଶନ ବନ୍ଦ ରହିବ । ସ୍ୱତନ୍ତ୍ର ‘ବନକଲାଗି’ ବା ଶ୍ରୀମୁଖ ଶୃଙ୍ଗାର ନୀତି ଅନୁଷ୍ଠିତ ହେବ । ମହାପ୍ରଭୁଙ୍କ ଏହା ଏକ ଗୁପ୍ତ ନୀତି ହୋଇଥିବାରୁ ଏହି ସମୟରେ କିଛି ଘଣ୍ଟା ପାଇଁ ସାଧାରଣ ଦର୍ଶନ ବନ୍ଦ ରହିବ । ଦ୍ୱିତୀୟ ଭୋଗମଣ୍ଡପ ନୀତି ସରିବା ପରେ ବନକଲାଗି ନୀତି ଆରମ୍ଭ ହେବ ।

ବନକଲାଗି ନୀତି ସମ୍ପୂର୍ଣ୍ଣ ହେବା ପରେ ଏବଂ ଶ୍ରୀଜୀଉଙ୍କ ମହାସ୍ନାନ ପରେ ପୁଣି ଥରେ ଶ୍ରଦ୍ଧାଳୁମାନେ ରତ୍ନସିଂହାସନରେ ବିରାଜିତ ଚତୁର୍ଦ୍ଧାମୂର୍ତ୍ତିଙ୍କ ଦର୍ଶନ ପାଇପାରିବେ । ଏଣୁ ଦ୍ୱିତୀୟ ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୬ଟା ଠାରୁ ରାତ୍ର ୧୦ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

ବନକ ଲାଗି ନୀତି କରାଯାଉଥିବା ବେଳେ ମହାପ୍ରଭୁଙ୍କ ଶ୍ରୀମୁଖକୁ ବିଭିନ୍ନ ପ୍ରାକୃତିକ ରଙ୍ଗରେ ସଜ୍ଜିତ କରାଯିବ । ଏଥିପାଇଁ ଆବଶ୍ୟକ ହେଙ୍ଗୁଳ, ହରିତାଳ, କର୍ପୁର ଓ କସ୍ତୁରୀ ବ୍ୟବହାର କରାଯାଇ ଦତ୍ତ ମହାପାତ୍ର ସେବାୟତମାନେ ଏହି ନୀତି ସମ୍ପନ୍ନ କରିବେ । ବନକ ଲାଗି ବା ଶ୍ରୀମୁଖ ଶୃଙ୍ଗାର ଦ୍ୱାରା ଶ୍ରୀଜିଉଙ୍କ ମୁଖ ମଣ୍ତଳ ଅଧିକ ସୁନ୍ଦର ଓ ଆକର୍ଷଣୀୟ ଦେଖାଯାଇଥାଏ ।

ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଶ୍ରଦ୍ଧାଳୁଙ୍କୁ ଅନୁରୋଧ କରାଯାଇଛି ଯେ, ବନକଲାଗି ସମୟସୀମା ମଧ୍ୟରେ ସେମାନେ ମନ୍ଦିର ପରିସରରେ ରହିପାରିବେ ନାହିଁ। ଦୂରଦୂରାନ୍ତରୁ ଆସୁଥିବା ଭକ୍ତମାନେ ବନକଲାଗି ସମୟ ଜାଣି ସେହି ଅନୁସାରେ ଦର୍ଶନ ପାଇଁ ଯୋଜନା କରିବାକୁ ପରାମର୍ଶ ଦିଆଯାଇଛି।

 

aduser

About Author

LOKA SAMACHAR @2026. All Rights Reserved || Developed By CBSPL