ଓଡ଼ିଶା

ତାରାତାରିଣୀ ପୀଠରୁ ‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ

ଭୁବନେଶ୍ୱର :‘ମୁଖ୍ୟମନ୍ତ୍ରୀ କନ୍ୟା ବିବାହ’ ଯୋଜନା ଶୁଭାରମ୍ଭ ହୋଇଛି।। ଆଜି ଗଞ୍ଜାମ ତାରାତାରିଣୀ ପୀଠରୁ ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହାର ଶୁଭାରମ୍ଭ କରିଛନ୍ତି। ଏହି ସମୟରେ ୨ ଶହ ବର-କନ୍ୟାଙ୍କ ସାମୁହିକ ବିବାହ କରାଯାଇଛି। ସେପଟେ ମୁଖ୍ୟମନ୍ତ୍ରୀ କନ୍ୟା ବିବାହ ଯୋଜନା ଶୁଭାରମ୍ଭ ପୂର୍ବରୁ ମୁଖ୍ୟମନ୍ତ୍ରୀ ପ୍ରତିକ୍ରିୟା ରଖିଛନ୍ତି। ସେ କହିଛନ୍ତି ମହିଳା ମାନଙ୍କୁ ସମ୍ମାନଜନକ ଜୀବନ ପ୍ରଦାନ ଆମ ସରକାରଙ୍କ ପ୍ରମୁଖ ସଂକଳ୍ପ। କନ୍ୟା ବିବାହରେ ଯେପରି କୌଣସି ସମସ୍ୟା ହୋଇରହିବନି, ଏହି ଯୋଜନା ତାହାର ମାଧ୍ୟମ ସାଜିବ। ଆମର ଏହି ପ୍ରୟାସ କେବଳ ଆର୍ଥିକ ସହାୟତା ମଧ୍ୟରେ ସୀମିତ ନୁହେଁ।

ବରଂ ଏହା ସମାଜରୁ ଯୌତୁକ ଭଳି କୁପ୍ରଥାର ବିଲୋପ କରିବ। କନ୍ୟାଙ୍କ ପ୍ରତି ସମ୍ମାନଜନକ ଦୃଷ୍ଟିକୋଣ ସୃଷ୍ଟିରେ ବଡ଼ ଭୂମିକା ଗ୍ରହଣ କରିବ। ଝିଅଙ୍କୁ ସମ୍ମାନ ଓ ସ୍ୱାଭିମାନର ସହ ନୂଆ ଜୀବନ ପ୍ରଦାନ ଆମର ଲକ୍ଷ୍ୟ। ବିଶେଷ କରି ଆର୍ଥିକ ଦୃଷ୍ଟିରୁ ଅନଗ୍ରସର ଓ ଅନୁସୂଚିତ ଜାତି-ଜନଜାତି ପରିବାରର ପିତାମାତାଙ୍କ ପାଇଁ କନ୍ୟା ବିବାହ ଯେପରି ସମସ୍ୟା ହୋଇ ରହିବ ନାହିଁ, ସେଥିପାଇଁ ଏହି ଯୋଜନା ଆର୍ଥିକ ସହାୟତାର ଏକ ସୁଦୃଢ଼ ମାଧ୍ୟମ ସାଜିବ। ଆମର ଏହି ପ୍ରୟାସ କେବଳ ଆର୍ଥିକ ସହାୟତା ମଧ୍ୟରେ ସୀମିତ ନୁହେଁ, ବରଂ ଏହା ସମାଜରୁ ଯୌତୁକ ଭଳି କୁପ୍ରଥାର ବିଲୋପ ଏବଂ କନ୍ୟା ସନ୍ତାନଙ୍କ ପ୍ରତି ସମାଜରେ ଏକ ସମ୍ମାନଜନକ ଦୃଷ୍ଟିକୋଣ ସୃଷ୍ଟି କରିବାରେ ବଡ଼ ଭୂମିକା ଗ୍ରହଣ କରିବ।

aduser

About Author

LOKA SAMACHAR @2026. All Rights Reserved || Developed By CBSPL