ଓଡ଼ିଶା

ଦଳ ବିରୋଧୀ କାର୍ଯ୍ୟ ପାଇଁ ବିଜେଡିରୁ ପ୍ରଭାତ ବିଶ୍ୱାଳ ବହିଷ୍କୃତ

ଭୁବନେଶ୍ୱର : ବିଜେଡିରୁ ବହିଷ୍କାର ହେଲେ ପ୍ରଭାତ ବିଶ୍ୱାଳ। ବିଶୃଙ୍ଖଳିତ ଆଚରଣ ଓ ଦଳ ବିରୋଧୀ କାର୍ଯ୍ୟ ପାଇଁ ବହିଷ୍କାର ହେଲେ ପ୍ରଭାତ।
ବିଜେଡିରୁ ବହିଷ୍କାର ହେଲେ ପୂର୍ବତନ ବିଧାୟକ ତଥା ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପ୍ରଭାତ ବିଶ୍ୱାଳ। ତାଙ୍କୁ ଦଳ ବିରୋଧୀ କାର୍ଯ୍ୟ ପାଇଁ ତାଙ୍କୁ ବିଜେଡିରୁ ବହିଷ୍କାର କରାଯାଇଛି। ଦଳର ସଭାପତି ନବୀନ ପଟ୍ଟନାୟକ ତାଙ୍କୁ ଦଳରୁ ବହିଷ୍କାର କହିଛନ୍ତି। ଏନେଇ ଦଳର ଉପସଭାପତି ପ୍ରତାପ ଜେନା ଦଳୀୟ ଚିଠି ଜାରି କରିଛନ୍ତି।
ଆଜି ବିଜେଡିର ରାଜ୍ୟ ସଭା ପ୍ରାର୍ଥୀ ଘୋଷଣା ପରେ ନବୀନ ନିବାସରେ ପ୍ରବଳ ହଙ୍ଗାମା କରିଥିଲେ ପ୍ରଭାତ। ପ୍ରଭାତଙ୍କ ସହ ପୁଅ ତଥା ବିଧାୟକ ସୌଭିକ ବିଶ୍ୱାଳ ମଧ୍ୟ ସଂତୃପ୍ତଙ୍କ ପ୍ରାର୍ଥିତ୍ୱକୁ ବିରୋଧ କରି ହଙ୍ଗାମା କରିଛନ୍ତି। ଅସନ୍ତୋଷ କରି ପ୍ରଭାତ କହିଥିଲେ ଯେ, ଯାହାଙ୍କୁ ପ୍ରାର୍ଥୀ କରାଯାଇଛି ସେ ଦଳ ପାଇଁ କିଛି କରିନାହାନ୍ତି। ଯିଏ ଦଳ ପାଇଁ କାର୍ଯ୍ୟ କରିଛନ୍ତି ତାଙ୍କୁ ପ୍ରାର୍ଥୀ କରିଥିଲେ ଭଲ ହୋଇଥାନ୍ତା। ଏହା ଏକପାଖିଆ ନିଷ୍ପତ୍ତି, ସମସ୍ତେ ବସି ନିଷ୍ପତ୍ତି ନେଇ ନାହାନ୍ତି। ଦଳର ୪ ହଜାର କୋଟି କିଏ ନେଇଗଲା କହି ବର୍ଷିଥିଲେ ପ୍ରଭାତ। ଆହୁରି ମଧ୍ୟ କହିଥିଲେ ଯେ, ଦଳ ପାଇଁ ମୁଁ ସବୁ ତ୍ୟାଗ ସ୍ବୀକାର କରିଛି। ଦଳ ମୋର ବହୁ କ୍ଷତି କରିଛି, ମୁଁ କିନ୍ତୁ ଦଳର କ୍ଷତି କରି ନାହିଁ। ନବୀନ ବାବୁ ଆଲୋଚନା କରନ୍ତୁ। ଯଦି ଆଲୋଚନା ନ କରିବେ ତେବେ ଦଳଠାରୁ ଦୂରେଇ ଯିବି ବୋଲି ପ୍ରଭାତ କହିଥିଲେ।

aduser

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL