ଜାତୀୟ

ରାଜ୍ୟସଭା ନିର୍ବାଚନ: ୩ ରାଜ୍ୟ ପାଇଁ ପର୍ଯ୍ୟବେକ୍ଷକ ନିଯୁକ୍ତ କଲା ବିଜେପି

ପାଟନା: ବିଜେପି ରାଜ୍ୟସଭା ନିର୍ବାଚନକୁ ନେଇ ବିଭିନ୍ନ ରାଜ୍ୟ ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ନିଯୁକ୍ତ କରିଛି। ଆଜି ଏ ନେଇ ଏକ ସରକାରୀ ପ୍ରେସ୍ ବିଜ୍ଞପ୍ତି ଜାରି ହୋଇଛି। ପ୍ରେସ୍ ବିଜ୍ଞପ୍ତି ଅନୁଯାୟୀ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ଏହି ନିଯୁକ୍ତି ଦେଇଛନ୍ତି। ଯାହା ଦ୍ୱାରା ନିର୍ବାଚନ ପ୍ରକ୍ରିୟାକୁ ଉତ୍ତମ ଉପାୟରେ ପରିଚାଳନା କରାଯାଇପାରିବ। ଗୁଜୁରାଟ ଉପମୁଖ୍ୟମନ୍ତ୍ରୀ ହର୍ଷ ସାଂଘଭିଙ୍କୁ ହରିୟାଣା ପାଇଁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ କରାଯାଇଛି। ଓଡ଼ିଶାରେ ରାଜ୍ୟସଭା ନିର୍ବାଚନ ତଦାରଖ କରିବା ପାଇଁ ମହାରାଷ୍ଟ୍ର ସରକାରଙ୍କ ମନ୍ତ୍ରୀ ଚନ୍ଦ୍ରଶେଖର ବାୱଙ୍କୁଲେଙ୍କୁ କେନ୍ଦ୍ରୀୟ ପର୍ଯ୍ୟବେକ୍ଷକ ଭାବରେ ନିଯୁକ୍ତ କରାଯାଇଛି। ସେହିପରି ଛତିଶଗଡ଼ ଉପମୁଖ୍ୟମନ୍ତ୍ରୀ ବିଜୟ ଶର୍ମା ଓ କେନ୍ଦ୍ରମନ୍ତ୍ରୀ ହର୍ଷ ମଲହୋତ୍ରାଙ୍କୁ ବିହାର ଦାୟିତ୍ବ ଦିଆଯାଇଛି। ଦଳ କହିଛି ଯେ ଏହି ନେତାମାନଙ୍କ ତତ୍ତ୍ୱାବଧାନରେ ସମସ୍ତ ନିର୍ବାଚନ ସମ୍ବନ୍ଧୀୟ ପ୍ରକ୍ରିୟା ସୁରୁଖୁରୁରେ ସମାପ୍ତ ହେବ।

aduser

About Author

LOKA SAMACHAR @2026. All Rights Reserved || Developed By CBSPL