ଓଡ଼ିଶା

କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ଭିତରକନିକା ମନା

ପଟ୍ଟାମୁଣ୍ଡାଇ: ଆସନ୍ତାକାଲିଠୁ ପର୍ଯ୍ୟଟକଙ୍କ ପାଇଁ ୩ ଦିନ ଭିତରକନିକା ମନା। କୁମ୍ଭୀର ଗଣନା ପାଇଁ ୮ରୁ ୧୦ ତାରିଖ ପର୍ଯ୍ୟନ୍ତ ୩ ଦିନ ଭିତରକନିକା ବନ୍ଦ ରହିବ। ଭିତରକନିକା ସଂଲଗ୍ନ ନଦୀ ନାଳରେ ହେବ ଗଣନା। ଏନେଇ ସୂଚନା ଦେଇଛନ୍ତି ରାଜନଗର DFO। କୁମ୍ଭୀର ଗଣନା ସମୟରେ ନଦୀରେ ବୋଟ ଚଳାଚଳ କଲେ କୁମ୍ଭୀର ଗଣନାରେ ବାଧା ସୃଷ୍ଟି ଯୋଗୁଁ ପର୍ଯ୍ୟଟକ ମାନଙ୍କ ପାଇଁ ଭିତରକନିକା ବନ୍ଦ ରହିଥାଏ ।

ଏହି ସମୟରେ ପର୍ଯ୍ୟଟକ ମାନଙ୍କୁ ଭିତରକନିକା ବୁଲି ନଯିବାକୁ ରାଜନଗର ବନଖଣ୍ଡ ପକ୍ଷରୁ ସୂଚନା ଦିଆଯାଇଛି। ସାତକୋଶିଆରେ କୁମ୍ଭୀର ଗଣନା ଆରମ୍ଭ ହୋଇଛି। ମହାନଦୀ ସାତକୋଶିଆ ଗଣ୍ଡରେ କେତେ ଅଛନ୍ତି କୁମ୍ଭୀର, ଚାଲିଛି ଗଣନା। ୩ ଦିନ ଧରି ଚାଲିବ ଗଣନା କାର୍ଯ୍ୟ। ଏଥିପାଇଁ ସାତକୋଶିଆ ବନ୍ୟପ୍ରାଣୀ ବନଖଣ୍ଡ, ମହାନଦୀ ଓ ଆଠମଲ୍ଲିର ବନଖଣ୍ଡରେ ମୋଟ ୧୪ଟି ଟିମ୍ ଗଠନ କରାଯାଇଛି। ପ୍ରତି ଟିମରେ ୪ରୁ ୫ଜଣ ଲେଖାଏଁ ମୋଟ ୭୦ ବନ କର୍ମଚାରୀ ଓ ଗବେଷଣା କରୁଥିବା ବ୍ୟକ୍ତି ଗଣନା ପ୍ରକ୍ରିୟାରେ ସାମିଲ ହୋଇଛନ୍ତି।

୧୨ଟି ଦେଶୀ ଡଙ୍ଗା ଓ ୨ଟି ବୋଟ୍, ଶକ୍ତିଶାଳୀ କ୍ୟାମେରା , ବାଇନାକୁଲର ସାହାଯ୍ୟରେ ଚାଲିଛି ଗଣନା । ଗତବର୍ଷ ମହାନଦୀ ଗଣ୍ଡରେ ମୋଟ ୧୧୫ଟି କୁମ୍ଭୀର ରହିଥିଲେ । ଏହି ସମୟ ମଧ୍ୟରେ ମତ୍ସ୍ୟଜୀବୀଙ୍କୁ ବନ ବିଭାଗ ପକ୍ଷରୁ ନଦୀକୁ ନ ଯିବାକୁ ପରାମର୍ଶ ଦିଆଯାଇଛି । ସେହିପରି ମହାନଦୀର ସାତକୋଶିଆ ଗଣ୍ଡ ଓ ଶିଶୁପଥର ଡ୍ୟାମରେ ପର୍ଯ୍ୟଟକଙ୍କୁ ବାରଣ କରାଯାଇଛି ।

 

aduser

About Author

Leave a Reply

Your email address will not be published. Required fields are marked *

LOKA SAMACHAR @2026. All Rights Reserved || Developed By CBSPL