ଓଡ଼ିଶା

ପଠାଣି ସାମନ୍ତ ପ୍ଲାନେଟାରିୟମର ହେବ ନବୀକରଣ

ଭୁବନେଶ୍ୱର: ପଠାଣି ସାମନ୍ତ ପ୍ଲାନେଟାରିୟମର ନବୀକରଣ କରାଯିବ । ଏଥିପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି ରାଜ୍ୟସରକାର । ବିଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗ ଏବଂ କୋଲକାତାସ୍ଥିତ କେନ୍ଦ୍ର ସଂସ୍କୃତି ମନ୍ତ୍ରଣାଳୟ ଅଧୀନସ୍ଥ ବିର୍ଲା ଇଣ୍ଡଷ୍ଟ୍ରିଆଲ୍‌ ଆଣ୍ଡ୍‌ ଟେକ୍ନୋଲୋଜି ମ୍ୟୁଜିୟମ(ବିଆଇଟିଏମ୍‌) ମଧ୍ୟରେ ଏକ ବୁଝାମଣା ସ୍ୱାକ୍ଷରିତ ହୋଇଛି ।

ଲୋକସେବା ଭବନସ୍ଥିତ ଉନ୍ନୟନ କମିଶନରଙ୍କ ସମ୍ମିଳନୀ କକ୍ଷରେ ପ୍ଲାନେଟାରିୟମ ନିର୍ଦ୍ଦେଶିକା ଉର୍ମିପ୍ରଭା ମହାରଣା ଏବଂ ଭାରତ ସରକାରଙ୍କ ସଂସ୍କୃତି ବିଭାଗ ଅନ୍ତର୍ଗତ ନ୍ୟାସନାଲ କାଉନସିଲ୍‌ ଅଫ୍‌ ସାଇନ୍ସ ମ୍ୟୁଜିୟମ ଅଧୀନସ୍ଥ ବିଆଇଟିଏମର ନିର୍ଦ୍ଦେଶକ ଅର୍ଣ୍ଣବ ଚାଟାର୍ଜୀଙ୍କ ମଧ୍ୟରେ ଏହି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି । ଖୁବଶୀଘ୍ର ଏକ ବୈଷୟିକ ଦଳ ଆସି ବିସ୍ତୃତ ପ୍ରକଳ୍ପ ରିପୋର୍ଟ ପ୍ରସ୍ତୁତ କରାଯିବ ବୋଲି କହିଛନ୍ତି ଅର୍ଣ୍ଣବ ଚାଟାର୍ଜୀ ।

ଏହାର ନବୀକରଣ ପାଇଁ ସମସ୍ତ ସହଯୋଗ ପ୍ରଦାନ କରାଯିବ । ଏହି ଅନୁଷ୍ଠାନ ଆଗାମୀ ଦିନରେ ରାଜ୍ୟରେ ପଠାଣି ସାମନ୍ତ ସୃଷ୍ଟି କରିବାରେ ସହାୟକ ହେବ ବୋଲି ରାଜ୍ୟ ଉନ୍ନୟନ କମିଶନର ତଥା ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ କହିଛନ୍ତି । ଜ୍ଞାନ ଓ ପ୍ରଯୁକ୍ତିବିଦ୍ୟା ବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବ ଚିତ୍ରା ଅରୁମୁଗମ୍‌ ପ୍ରାରମ୍ଭିକ ସୂଚନା ପ୍ରଦାନ କରିବା ସହ ନବୀକରଣ ସମ୍ପର୍କରେ ବିଭିନ୍ନ ତଥ୍ୟ ଉପସ୍ଥାପନା କରିଥିଲେ ।

 

aduser

About Author

LOKA SAMACHAR @2026. All Rights Reserved || Developed By CBSPL