ଓଡ଼ିଶା

ଆସନ୍ତାକାଲି ଜଗତସିଂହପୁରରେ ସମସ୍ତ ସ୍କୁଲ ବନ୍ଦ

ଜଗତସିଂହପୁର: ସମ୍ଭାବ୍ୟ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ବଡ଼ ନିଷ୍ପତ୍ତି ନିଆଯାଇଛି। ଆସନ୍ତାକାଲି ଜିଲ୍ଲାର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ୍‌ ବନ୍ଦ ରହିବ।

ପ୍ରବଳ ବର୍ଷାରେ ଛାତ୍ରଛାତ୍ରୀଙ୍କ ଯାତାୟାତ ଓ ସୁରକ୍ଷାକୁ ନଜରରେ ରଖି ଜିଲ୍ଲାପାଳ ଏହି ଛୁଟି ଘୋଷଣା କରିଛନ୍ତି।ବଙ୍ଗୋପସାଗରରେ ସୃଷ୍ଟ ପାଣିପାଗ ବ୍ୟବସ୍ଥା ପ୍ରଭାବରେ ଓଡ଼ିଶାର ଅନେକ ଅଞ୍ଚଳରେ ଭାରୀ ବର୍ଷାର ଆଶଙ୍କା ରହିଛି। ଏହାକୁ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସତର୍କତାମୂଳକ ପଦକ୍ଷେପ ନିଆଯାଉଛି।

LSadmin

About Author

LOKA SAMACHAR @2026. All Rights Reserved || Developed By CBSPL