ଓଡ଼ିଶା

ଆସନ୍ତାକାଲିଠୁ ୩ ଦିନ ରାଜ୍ୟରେ ବର୍ଷା ସମ୍ଭାବନା; ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ଆଗାମୀ ତିନି ଦିନ ମଧ୍ୟରେ ଓଡ଼ିଶାର ବିଭିନ୍ନ ଅଞ୍ଚଳରେ ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଥିବା ନେଇ ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ଏନେଇ ମଙ୍ଗଳବାର ଦିନ ୯ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଆଇଏମଡି। ଏହି ଜିଲ୍ଲା ମଧ୍ୟରେ ସୁନ୍ଦରଗଡ଼, ଝାରସୁଗୁଡ଼ା, କେନ୍ଦୁଝର, ମୟୂରଭଞ୍ଜ, କଳାହାଣ୍ଡି, ନବରଙ୍ଗପୁର, ରାୟଗଡ଼ା, କୋରାପୁଟ ଏବଂ ମାଲକାନଗିରି ରହିଛି। ଏସବୁ ଜିଲ୍ଲାରେ ହାଲୁକାରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି।

ଅକ୍ଟୋବର ୭ ଏବଂ ୮ ତାରିଖରେ ମାଲକାନଗିରି, ନୂଆପଡ଼ା ଏବଂ ବଲାଙ୍ଗୀର ସହ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ଘଡ଼ଘଡ଼ି ଓ ବିଜୁଳି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ଘଣ୍ଟା ପ୍ରତି ୪୦ ରୁ ୫୦ କିଲୋମିଟର ବେଗରେ ପବନ ବହିବାର ଆଶଙ୍କା କରାଯାଉଛି। ଘଡ଼ଘଡ଼ି ଓ ବିଜୁଳି ସମୟରେ ସତର୍କ ରହିବାକୁ ଲୋକମାନଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

ଆଗାମୀ କିଛି ଦିନ ପର୍ଯ୍ୟନ୍ତ ପାଗ ଅସ୍ଥିର ରହିବ ଏବଂ ରାଜ୍ୟର ବିଭିନ୍ନ ସ୍ଥାନରେ ବିଜୁଳି, ଘଡ଼ଘଡ଼ି ଓ ବର୍ଷା ସହ ଜୋରଦାର ପବନ ବହିବାର ସମ୍ଭାବନା ଥିବାରୁ ପାଣିପାଗ ସମ୍ବନ୍ଧୀୟ ସୂଚନା ଉପରେ ନଜର ରଖିବା ଏବଂ ବିଜୁଳି, ଘଡ଼ଘଡ଼ି ସମୟରେ ଆବଶ୍ୟକୀୟ ସତର୍କତା ଅବଲମ୍ବନ କରିବାକୁ ରାଜ୍ୟବାସୀଙ୍କୁ ପରାମର୍ଶ ଦେଇଛି ପାଣିପାଗ ବିଭାଗ।

LSadmin

About Author

LOKA SAMACHAR @2026. All Rights Reserved || Developed By CBSPL