ଓଡ଼ିଶା

ଚିକିତ୍ସା ଅବହେଳାରୁ ଡାକ୍ତରଖାନାରେ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ଅଭିଯୋଗ

ଭୁବନେଶ୍ୱର: ବଲାଙ୍ଗୀର ଜିଲ୍ଲା ମୁଖ୍ୟ ହସ୍ପିଟାଲରେ ଚିକିତ୍ସା ଅବହେଳାରୁ ଗର୍ଭବତୀ ମହିଳାଙ୍କ ମୃତ୍ୟୁ ହୋଇଥିବା ପରିବାର ଲୋକେ ଅଭିଯୋଗ କରିଛନ୍ତି । ଏହି ଘଟଣାକୁ ନେଇ ଡାକ୍ତରଖାନା ପରିସରରେ ଚାପା ଉତ୍ତେଜନା ଦେଖାଦେଇଛି । ମୃତକଙ୍କ ପରିବାରବର୍ଗ ମେଡ଼ିକାଲ ପରିସରରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ମୃତ ମହିଳା ଜଣକ କଣ୍ଟାବାଞ୍ଜି ଅଞ୍ଚଳର ଆଶ୍ରମପଡ଼ାର ମଞ୍ଜୁଲତା ବେହେରା ବୋଲି ସୂଚନା ମିଳିଛି।

ମୃତକଙ୍କ ପରିବାର ବର୍ଗଙ୍କ ଅଭିଯୋଗ ଅନୁଯାୟୀ, ତିନି ଦିନ ପୂର୍ବେ ମଞ୍ଜୁଲତାଙ୍କୁ ପ୍ରସବ ଯନ୍ତ୍ରଣା ହେବାରୁ ତାଙ୍କୁ ପ୍ରଥମେ କଣ୍ଟାବାଞ୍ଜି ଡାକ୍ତରଖାନା ନିଆଯାଇଥିଲା। ସେଠାରେ ଡାକ୍ତର ମାନେ ଗର୍ଭସ୍ଥ ଶିଶୁର ମୃତ୍ୟୁ ହୋଇସାରିଥିବା ଜଣାଇବା ସହ ଅଧିକ ଚିକିତ୍ସା ପାଇଁ ତାଙ୍କୁ ବଲାଙ୍ଗୀର ସ୍ଥାନାନ୍ତର କରିବାକୁ ପରାମର୍ଶ ଦେଇଥିଲେ। ବଲାଙ୍ଗୀର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ପହଞ୍ଚିବା ପରେ ମଞ୍ଜୁଲତାଙ୍କୁ ଉପଯୁକ୍ତ ଚିକିତ୍ସା ସେବା ମିଳିନଥିଲା । ଫଳରେ ତାଙ୍କର ମୃତ୍ୟୁ ହୋଇଥିଲା। ମୃତକଙ୍କ ପରିବାର ବର୍ଗ ମୃତଦେହକୁ ଡାକ୍ତରଖାନା ବାହାରେ ରଖି ନ୍ୟାୟ ଦାବିରେ ବିକ୍ଷୋଭ ପ୍ରଦର୍ଶନ କରିଛନ୍ତି। ଅପରପକ୍ଷରେ ବଲାଙ୍ଗୀର ପୋଲିସ ଘଟଣାସ୍ଥଳରେ ପହଞ୍ଚି ଉତ୍ୟକ୍ତ ପରିବାରବର୍ଗଙ୍କୁ ବୁଝାସୁଝା କରିଛି ।

LSadmin

About Author

LOKA SAMACHAR @2026. All Rights Reserved || Developed By CBSPL