ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି ସବୁ ଜିଲ୍ଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି: ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ
ଭୁବନେଶ୍ବର: ଆଉ ଜବରଦଖଲକାରୀଙ୍କୁ ନିସ୍ତାର ନାହିଁ। ରାଜ୍ୟର ସମସ୍ତ କଲେଜରୁ ହଟିବ ଜବରଦଖଲ। ଆଜି ଏନେଇ ବିଧାନସଭାରେ ସୂଚନା ଦେଇଛନ୍ତି ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ। ସେ କହିଛନ୍ତି, ଭଦ୍ରକ ମହିଳା ମହାବିଦ୍ୟାଳୟରେ କେତେକ ଲୋକ ଜବରଦଖଲ କରିଥିଲେ। ଆମ ସରକାର ଆସିବା ପରେ ସେମାନଙ୍କୁ ସେଠାରୁ ଉଚ୍ଛେଦ କରାଯାଇ ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରାଯାଇଛି। ଏହାଛଡ଼ା ସବୁ ଜିଲ୍ଲାପାଳଙ୍କୁ ମହାବିଦ୍ୟାଳୟକୁ ଜବରଦଖଲମୁକ୍ତ କରିବା ଲାଗି କଡ଼ା ନିର୍ଦ୍ଦେଶ ଦିଆଯାଇଛି। ଏଣେ ଏଣିକି ୨୦ରୁ ଅଧିକ ଛାତ୍ର […]













