୭୧ କୋଟି ଟଙ୍କା ବ୍ୟୟରେ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ହେବ ଦେବ୍ରିଗଡ଼ ଅଭୟାରଣ୍ୟ
ଭୁବନେଶ୍ୱର : ଦେବ୍ରିଗଡ଼ ବନ୍ୟପ୍ରାଣୀ ଅଭୟାରଣ୍ୟକୁ ଏକ ଆନ୍ତର୍ଜାତୀୟ ଇକୋଟୁରିଜିମ୍ ଡେଷ୍ଟିନେସନ୍ ଭାବରେ ବିକଶିତ କରିବା ପାଇଁ ଓଡ଼ିଶା ସରକାରଙ୍କ ଜଙ୍ଗଲ ଓ ପରିବେଶ ବିଭାଗ ପ୍ରାୟ ୭୧.୧୯ କୋଟି ଟଙ୍କା ମୂଲ୍ୟର ବିସ୍ତୃତ ପ୍ରକଳ୍ପ ରିପୋର୍ଟ (ଡିପିଆର୍)କୁ ମଞ୍ଜୁରୀ ଦେଇଛନ୍ତି ବୋଲି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ‘ଏକ୍ସ’ରେ ସୂଚନା ଦେଇଛନ୍ତି । ଏହି ପଦକ୍ଷେପ ପାଇଁ ଶ୍ରୀ ପ୍ରଧାନ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦୀ, ଓଡ଼ିଶାର ମୁଖ୍ୟମନ୍ତ୍ରୀ ଶ୍ରୀ ମୋହନ ଚରଣ ମାଝୀ […]













