ରାଜନଗର ନାବାଳିକା ଗଣଦୁଷ୍କର୍ମ ଘଟଣାରେ ରାଜ୍ୟ ସରକାରଙ୍କ ଉପରେ ବର୍ଷିଲା ବିଜେଡି
ଭୁବନେଶ୍ୱର:ରାଜ୍ୟରେ ଡବଲ ଇଞ୍ଜିନ ସରକାର କ୍ଷମତାକୁ ଆସିବା ପରେ, ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିଯିବା ସହିତ ମହିଳା ସୁରକ୍ଷା ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ ହୋଇ ପଡିଛି ବୋଲି ବିଜୁ ଜନତା ଦଳ ଅଭିଯୋଗ କରିଛି । ପରିସ୍ଥିତିରେ ସୁଧାର ଆସିବା ପରିବର୍ତ୍ତେ ଦିନକୁ ଦିନ ଅଧିକ ବିଗୁଡୁଛି ବୋଲି ବିଜେଡି କହିଛି । ଶଙ୍ଖ ଭବନରେ ଆଜି ଆୟୋଜିତ ସାମ୍ୱାଦିକ ସମ୍ମିଳନୀରେ, ଦଳର ପିଏସି ସଦସ୍ୟ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀମତୀ ଟୁକୁନି ସାହୁ, ପୂର୍ବତନ ମହିଳା କମିସନର […]













