୪୪ ଟି ତହସିଲ୍ରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ, ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର ୦: ସହଜ ହେବ ଜମିଜମା ପଞ୍ଜୀକରଣ ଓ କିଣାବିକା। ଘରେ ବସି ଅନ୍ଲାଇନ୍ରେ କରିପାରିବେ ସ୍ଲଟ୍ ବୁକ୍। ଲୋକସେବା ଭବନରେ ରାଜ୍ୟର ୪୪ଟି ତହସିଲରେ ନୂତନ ଉପନିବନ୍ଧନ କାର୍ଯ୍ୟାଳୟ ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଆଜି ପ୍ରଥମ ପର୍ଯ୍ୟାୟରେ ୪୪ଟି ତହସିଲରେ ସବ୍-ରେଜିଷ୍ଟ୍ରେସନ୍ କାର୍ଯ୍ୟାଳୟ ଆରମ୍ଭ ହୋଇଛି । ବାକି ଥିବା ଅନ୍ୟ ତହସିଲଗୁଡ଼ିକରେ ମଧ୍ୟ ଆସନ୍ତା ଡିସେମ୍ବର ସୁଦ୍ଧା ଏହି ସେବା ଉପଲବ୍ଧ ହେବ। ଏହା ପୂର୍ବରୁ ଇ-ରେଜିଷ୍ଟ୍ରେସନ୍ ମୋବାଇଲ୍ ଆପ୍ ମଧ୍ୟ […]
