ଖାଦ୍ୟ ପ୍ରକ୍ରିୟାକରଣ ଉଦ୍ୟୋଗ ପାଇଁ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା
କେନ୍ଦ୍ର କ୍ୟାବିନେଟ୍ ୩୧ ମାର୍ଚ୍ଚ, ୨୦୨୧ରେ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପ ପାଇଁ ମୋଟ ୧୦,୯୦୦ କୋଟି ଟଙ୍କା ବଜେଟ୍ ବିଶିଷ୍ଟ ଉତ୍ପାଦନ ଭିତ୍ତିକ ପ୍ରୋତ୍ସାହନ ଯୋଜନା (ପିଏଲଆଇଏସଏଫସିଆଇ)କୁ ଅନୁମୋଦନ କରିଥିଲା । ୨୦୨୧-୨୨ରୁ ୨୦୨୬-୨୭ ପର୍ଯ୍ୟନ୍ତ ଏହି ଯୋଜନା କାର୍ଯ୍ୟକାରୀ ହେବ। ଏହି ଯୋଜନାରେ ମୋଟ ୧୭୧ ଜଣ ଆବେଦନକାରୀ ପଞ୍ଜୀକୃତ ହୋଇଛନ୍ତି। ପିଏଲଆଇଏସଏଫପିଆଇର ହିତାଧିକାରୀ ଚୟନ ପ୍ରକ୍ରିୟା ଏକ ଏକକାଳୀନ କାର୍ଯ୍ୟ ଭାବେ କରାଯାଇଥିଲା ଓ ତା’ପୂର୍ବରୁ ବ୍ୟାପକ ଅଂଶଗ୍ରହଣ ସୁନିଶ୍ଚିତ କରିବା ପାଇଁ ସକ୍ରିୟ […]









